ଓଡ଼ିଆରେ ଆରମ୍ଭ କରିଥିଲେ ଅଭିଭାଷଣ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଥିଲେ। ଓଡ଼ିଆରେ ଅଭିଭାଷଣ ଆରମ୍ଭ କରିଥିଲେ ମୋଦି। ପ୍ରଥମେ ସମସ୍ତଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଥିଲେ। ୫ ଦିନ ପୂର୍ବେ ଦିଲ୍ଲୀରେ ଆୟୋଜିତ ଓଡ଼ିଶା ପର୍ବରେ ଭଲ ମସଲା ଚା ପିଇଥିଲି। ଆଜି ପ୍ରଭୁ ଲିଙ୍ଗରାଜଙ୍କ ଭୂମିକୁ ଆସିବାର ସୁଯୋଗ ମିଳିଛି। ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକ ମୋତେ ଅଭିଭୂତ କରିଛି। ଓଡ଼ିଶାର ବିକାଶ ପାଇଁ ଆମେ ଲଗାତାର କାମ କରୁଛୁ। ପୂର୍ବରୁ ମନ୍ତ୍ରୀ ପରିଷଦରେ ଓଡ଼ିଶାରୁ କେବେ ଏତେ ସଦସ୍ୟ ନଥିଲେ। ଓଡ଼ିଶା ଲୋକେ ହୃଦୟ ଖୋଲି ଆମକୁ ସମର୍ଥନ କରିଛନ୍ତି। ବିଦେଶକୁ ଗଲେ ଲଗାତାର ତୃତୀୟ ଥର ସରକାର ପାଇଁ ପ୍ରଶଂସା ପାଉଛୁ।

ପ୍ରଧାନମନ୍ତ୍ରୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପରେ ସେ ସଭାସ୍ଥଳକୁ ଯାଇଥିଲେ। ମୋଦିଙ୍କୁ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ବିମାନବନ୍ଦରରେ ଉପସ୍ଥିତ ଥିଲେ। ଏହା ପୂର୍ବରୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଅଜିତ ଡୋଭାଲ ଏବଂ ଅଶ୍ୱିନୀ ବୈଷ୍ଣବ ମଧ୍ୟ ପହଞ୍ଚି ସାରିଥିଲେ।

Dateline Odisha

Dateline Odisha

Leave a Reply

Your email address will not be published. Required fields are marked *