ଓଡ଼ିଶାରେ ଖୋଲିବ ଆଉ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର: ଅଭିଭାବକଙ୍କ ପାଇଁ ଖୁସି ଖବର । ଏବେ ଓଡିଶାରେ ଖୋଲିବ ଆଉ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ । ଏହାଦ୍ୱାରା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ବିଦ୍ୟାଳୟସ୍ତରରେ ଶିକ୍ଷାର ମାନରେ ମଧ୍ୟ ଉନ୍ନତି ହେବ। ଏହିସବୁ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଞ୍ଜୁର କରିଛନ୍ତି । ଓଡ଼ିଶାର ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ଏହି ବିଦ୍ୟାଳୟ ପ୍ରତିଷ୍ଠା ସ୍ଥାପନା ହେବାର ନିଷ୍ପତି ହୋଇଛି । ଏହାଦ୍ୱାରା ସ୍ଥାନୀୟ ଲୋକମାନଙ୍କର ଥିବା ଦୀର୍ଘ ଦିନର ଆଶା ଓ ଆପେକ୍ଷା ପୂରଣ ହେବାକୁ ଯାଉଛି। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ, ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟ ମଞ୍ଜୁର ପ୍ରଦାନ କରାଯାଇଛି। ଆଗାମୀ ଦିନରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ସମ୍ପ୍ରସାରଣ ପାଇଁ ମଞ୍ଜୁର କରାଯାଇଛି । ଏଥିଲାଗି ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହା ଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ।

ଛାତ୍ରଛାତ୍ରୀ ବିଶେଷ ଭାବରେ ଏସସି, ଏସଟି ଏବଂ ଓବିସି ବର୍ଗର ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ। ଛାତ୍ରଛାତ୍ରୀଙ୍କ ମାନସିକ, ଶାରିରୀକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ। ସ୍ଥାନୀୟ ଅଞ୍ଚଳରେ ଅନେକ ନିଯୁକ୍ତି ସୃଷ୍ଟି ହେବ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ôଥକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର କରାଯାଇଛି ।

Dateline Odisha

Dateline Odisha

Leave a Reply

Your email address will not be published. Required fields are marked *