ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା

ଭୁବନେଶ୍ୱର: ସରକାରୀ ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଖୁସି ଖବର । ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କୁ ନୂଆ ଜମି ଓ ଘର କିଣିବା ପାଇଁ ଅଗ୍ରୀମ ଟଙ୍କା ଦେବେ ସରକାର । ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଟଙ୍କା ପ୍ରଦାନ କରାଯିବ । ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଡିଇଓଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି।


ନୂଆ ଜମି ଓ ଘର କିଣିବା ପାଇଁ ଆବେଦନକାରୀଙ୍କୁ ସମସ୍ତ ତଥ୍ୟ ପ୍ରଦାନ ପାଇଁ କୁହାଯାଇଛି। ନୂଆ ଜମି କ୍ରୟ ପାଇଁ ଆବେଦନ କରିଥିବା ଶିକ୍ଷକ ତଥ୍ୟ ଦେବେ। ଜମିର ମୂଲ୍ୟ ଓ ବିକ୍ରେତାଙ୍କ ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ। ସେହିପରି ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ପାଇଁ କୋଠାବାଡ଼ି ନିର୍ମାଣ ବିଭାଗ କିମ୍ବା ବିଡିଏ, ହାଉସିଂ ବୋର୍ଡର କାର୍ଯ୍ୟକାରୀ ଯନ୍ତ୍ରୀଙ୍କ ଦ୍ୱାରା ଆକଳନ ତଥ୍ୟ ଦାଖଲ କରିବେ। ଏଥିସହ ହାଉସ ପ୍ଲାନ୍ ଦାଖଲ କରିବେ।

Dateline Odisha

Dateline Odisha

Leave a Reply

Your email address will not be published. Required fields are marked *