ଅଭିନେତା ସୋନୁ ସୁଦ୍‌ଙ୍କ ନାଁରେ ଠକେଇ ଅଭିଯୋଗ

ମୁମ୍ବାଇ: ବଲିଉଡ୍ ଅଭିନେତା ସୋନୁ ସୁଦ୍ ଙ୍କୁ କିଏ ବା ନ ଜାଣେ। ତାଙ୍କର ଦମଦାର ଅଭିନୟ ବ୍ୟତୀତ ଲୋକଙ୍କୁ ସହଯୋଗର ହାତ ବଢ଼ାଇ ଅନେକ ଲୋକଙ୍କ ହୃଦୟରେ ସେ ରାଜ୍ କରୁଛନ୍ତି। କିନ୍ତୁ ଏବେ ତାଙ୍କ ପାଇଁ ସୃଷ୍ଟି ହୋଇଛି ଏକ ବଡ଼ ସମସ୍ୟା। କହିବାକୁ ଗଲେ ଅଡୁଆରେ ପଡିଛନ୍ତି ଏହି ବଲିଉଡ୍ ଅଭିନେତା । ଖୁବଶୀଘ୍ର ଗିରଫ ହୋଇପାରନ୍ତି ସୋନୁ ସୁଦ୍‌।

ପଞ୍ଜାବ ଲୁଧିଆନା କୋର୍ଟ ସୋନୁଙ୍କୁ ଗିରଫ କରିବା ପାଇଁ ୱାରେଣ୍ଟ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଠକେଇ ଅଭିଯୋଗରେ ଲୁଧିଆନା କୋର୍ଟ ଏହି ଗିରଫ ପରୱାନା ଜାରି କରିଛନ୍ତି । କୁହାଯାଉଛି ଲୁଧିଆନା କୋର୍ଟ ୧୦ ଲକ୍ଷ ଟଙ୍କାର ଏକ ଠକେଇ ମାମଲାରେ ପଚରାଉଚରା ପାଇଁ ପୂର୍ବରୁ ସୋନୁଙ୍କ ସମନ ଜାରି କରିଥିଲେ । ହେଲେ ସେ ଏହାର କୌଣସି ଉତ୍ତର ରଖିନଥିଲେ କି କୋର୍ଟରେ ମଧ୍ୟ ହାଜର ହୋଇନଥିଲେ । ଯେଉଁଥିପାଇଁ ଏବେ ଲୁଧିଆନା କୋର୍ଟ ସୋନୁଙ୍କ ନାଁରେ ଗିରଫ ପରୱାନା ଜାରି କରିଛନ୍ତି।

କୋର୍ଟ ଦ୍ୱାରା ଜାରି କରାଯାଇଥିବା ଆଦେଶରେ କୁହାଯାଇଛି, “ସୋନୁ ସୁଦଙ୍କୁ ସମନ କିମ୍ବା ୱାରେଣ୍ଟ ପ୍ରଦାନ କରାଯାଇଛି କିନ୍ତୁ ସେ କୋର୍ଟରେ ହାଜର ହୋଇନାହାଁନ୍ତି। ସୋନୁ ସୁଦଙ୍କୁ ଗିରଫ କରି କୋର୍ଟରେ ହାଜର କରିବାକୁ ନିର୍ଦ୍ଦେଶ ଦିଆଯାଉଛି” ।

Dateline Odisha

Dateline Odisha

Leave a Reply

Your email address will not be published. Required fields are marked *