ବଜେଟ ଉପସ୍ଥାପନ କରିବା ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ସାଧାରଣତଃ ଭାରତୀୟ ସଂସ୍କୃତିରେ, ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବା କିମ୍ବା ନୂତନ ଉଦ୍ୟମ ଆରମ୍ଭ କରିବା ପୂର୍ବରୁ ଦହି-ଚିନି ଖାଇବାକୁ ଶୁଭ ବୋଲି ବିବେଚନା କରାଯାଏ। ତେଣୁ ସଂସଦରେ ବଜେଟ ଉପସ୍ଥାପନ କରିବା ପୂର୍ବରୁ ରାଷ୍ଟ୍ରପତି ଦୈା୍ରପଦୀ ମୁର୍ମୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଦହି ଚିନି ଖୁଆଇଛନ୍ତି । ଯାହାର ଫଟୋ ଓ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।

ସଂସଦରେ ଆଜି ଉପସ୍ଥାପିତ ହେବ କେନ୍ଦ୍ର ସାଧାରଣ ବଜେଟ। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଟିମ ସହିତ ରାଷ୍ଟ୍ରପତି ଭବନରେ ପହଞ୍ଚିଥିଲେ । ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ଏଥିସହ ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କ ଅନୁମୋଦନ ନେଇଥିଲେ। ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଥମନ୍ତ୍ରୀ ନିର୍ମଳାଙ୍କୁ ଦହି ଏବଂ ଚିନି ଖୁଆଇଥିଲେ।

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୫-୨୬ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ଏହା ନିର୍ମଳାଙ୍କର କ୍ରମାଗତ ଅଷ୍ଟମ ବଜେଟ। ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ପୂର୍ବରୁ ସେଠାରେ ପହଞ୍ଚିଥିଲେ। ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନ ଉପସ୍ଥିତ ଥିଲେ।

Dateline Odisha

Dateline Odisha

Leave a Reply

Your email address will not be published. Required fields are marked *