୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ

ପୁରୀ: ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ି ଦର୍ଶନ। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ। ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ। ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଧାଡ଼ିଦର୍ଶନ ପାଇଁ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିମିଟେଡ୍ (ଓବିସିସି) ପକ୍ଷରୁ ନାଟମଣ୍ଡପରେ ୬ଥାକିଆ କାଠ ରାମ୍ପ ନିର୍ମାଣ ଚାଲିଛି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ନିର୍ମାଣ ଚାଲିଥିବା କାଠ ରାମ୍ପକୁ ବୁଲି ଦେଖିବା ସହ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

Dateline Odisha

Dateline Odisha

Leave a Reply

Your email address will not be published. Required fields are marked *