ଭୁବନେଶ୍ଵର: ଉତ୍ତର ପ୍ରଦେଶରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ । ପ୍ରୟାଗରାଜ ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆସିଛି ଡାକରା । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ପକ୍ଷରୁ ମୋହନ ମାଝୀଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଯାଇ ନିମନ୍ତ୍ରଣ କଲେ ଉତ୍ତରପ୍ରଦେଶର ୨ ମନ୍ତ୍ରୀ । ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବ କୁମ୍ଭ ମେଳା । ଜାନୁଆରୀ ୧୩ରୁ ଫେବୃଆରୀ ୨୬ ଯାଏଁ ଚାଲିବ ପ୍ରୟାଗରାଜ ମହାକୁମ୍ଭ ।
ଗତକାଲି ଉତ୍ତର ପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ତାଙ୍କ ବାସ ଭବନରେ ଭେଟିଥିଲେ । ଗଙ୍ଗା ଜଳରେ ପରିପୂର୍ଣ୍ଣ ଏକ ଶୁଭ କଳସ ଏବଂ ମହାକୁମ୍ଭର ଏକ ଲୋଗୋ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦେଇ ମହାକୁମ୍ଭରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ ।ଏହି ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ସୂରଜ୍ ସୂର୍ଯ୍ୟବଂଶୀ ଉପସ୍ଥିତ ଥିଲେ।